40.3 C
Odisha
Thursday, April 16, 2026

ଭୁବନେଶ୍ୱରରେ ବଢିଲା ପେଟ୍ରୋଲ ଦର

ଦର୍ଶକବନ୍ଧୁ ପେଟ୍ରୋଲ ଓ ଡିଜେଲ ଦରକୁ ନେଇ ପ୍ରତିଦିନ କିଚି ନା କିଚି ଅପଡେଟ ପ୍ରତିଦିନ ଆସୁଛି । କେତେବେଲେ କିଛି ପଇସା ବଢି ଯାଉଛି ତ ପୁଣି କେତେବେଲେ କମୁଥିବା ଖବର ଆସୁଛି । ହେଲେ ନିହାତି ଭାବରେ ଦର କମିବା ଖବର ହିଁ ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇଥାଏ । ହେଲେ ଏବେ ଗ୍ରାହକଙ୍କୁ ଟିକିଏ ଝଟକା ଲାଗିପାରେ ଏବଂ ତେଲ ପକାଇବା ବେଳେ ବାଧିପାରେ ପକେଟକୁ । କାରଣ ପୁଣି ବଢିଛି ପେଟ୍ରୋଲ, ଡିଜେଲ ଦର । ଯଦି କହିବା ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଥିବା ବେଳେ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।
ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ୯୪ ଟଙ୍କା ୨୭ ପଇସା ରହିଛି ଡିଜେଲ ଦର ।

କୋଲକାତାରେ ମଧ୍ୟ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

ଯଦି ରାଜଧାନୀ ଭୁବନେଶ୍ୱର କଥା କହିବା ତେବେ ଆଜି ପେଟ୍ରୋଲ ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍
ପୂର୍ବରୁ ଆମେ ଯେମିତି କହିଥିଲୁ କି, ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଏସଏମଏସ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। କାରଣ ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ୬ଟା ବେଳେ ବଦଳିଯାଏ ମୂଲ୍ୟ
ଏହାବାଦ୍‌, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Related Articles

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ