ବର୍ଷାରେ ଭିଜିବ ଦଶହରା : ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୫/୧୦: ରାଜ୍ୟରେ ଏବେ ବି ବର୍ଷାର ପ୍ରଭାବ ଜାରି ରହିବ। ଆସନ୍ତା ଅକ୍ଟୋବର ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ।

୧୫ ତାରିଖରେ ୧୮ ଜିଲ୍ଲାରେ ବର୍ଷା ସମ୍ଭାବନା

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

୧୬ରୁ ବର୍ଷା, ୧୭ ଓ ୧୮ରେ ଘଡ଼ଘଡ଼ି ସମ୍ଭାବନା

ଅକ୍ଟୋବର ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳ ସହ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ସେହିପରି ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି।

ବିଶେଷକରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ଏଭଳି ପାଣିପାଗ ଦେଖିବାକୁ ମିଳିପାରେ।

ଅକ୍ଟୋବର ୨୦ ଯାଏ ରହିବ ବର୍ଷାର ପ୍ରଭାବ

ରାଜ୍ୟରେ ଆସନ୍ତା ୨୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। ତେବେ ସବୁ ଅଞ୍ଚଳରେ ଏକାସାଙ୍ଗରେ ବର୍ଷା ହେବାର ସମ୍ଭାବନା ନାହିଁ। ଅଞ୍ଚଳଭିତ୍ତିକ ପାଣିପାଗ ସ୍ଥିତିରେ ପରିବର୍ତ୍ତନ ହୋଇପାରେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ