ବଙ୍ଗୋପସାଗରରେ ପୁଣି ବାତ୍ୟା ଭୟ, ନଭେମ୍ବର ୨ରେ ଓଡ଼ିଶା – ଆନ୍ଧ୍ର ଉପକୂଳ ନିକଟରେ ପହଞ୍ଚିଵ !

ଭୁବନେଶ୍ୱର: ଗୋଟିଏ ବାତ୍ୟାର ପ୍ରଭାବ ନେଇ ଚିନ୍ତା ଦୂର ହୋଇନଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶଙ୍କା ବଢ଼ିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ରମଶଃ ଶକ୍ତିଶାଳୀ ହେବାରେ ଲାଗିଛି। ଏହାକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଆକଳନ କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବର୍ତ୍ତମାନର ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ଆଗାମୀ ୬ରୁ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ଏହି ପାଣିପାଗ ପ୍ରଣାଳୀ ବାତ୍ୟାରେ ପରିଣତ ହେଲେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଆକଳନ ଅନୁସାରେ, ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିପାରେ। ଏହାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତେବେ ବାତ୍ୟାର ସମ୍ଭାବ୍ୟ ଗତିପଥ, ତୀବ୍ରତା ଓ ଏହାର ପ୍ରଭାବ ସମ୍ପର୍କରେ ଆଗାମୀ ଦିନରେ ଅଧିକ ସ୍ପଷ୍ଟତା ମିଳିବ।

ବଙ୍ଗୋପସାଗରରେ ଲଘୁଚାପର ଘନୀଭବନ ପ୍ରକ୍ରିୟା ଜାରି ରହିଥିବାରୁ ଆନ୍ଧ୍ରପ୍ରଦେଶ ସମେତ ଓଡ଼ିଶା ଉପକୂଳର ପାଗ ଉପରେ ମଧ୍ୟ ନଜର ରହିଛି। ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଏ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ହେବ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ