ବଡ ଲଘୁଚାପ ଆସୁଛି : ନେବ ଅବପାତର ରୂପ, ବାତ୍ୟା ହେବ କି ?

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଏବଂ ଏହାର ନିକଟବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଗୁରୁବାର ଏହା ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଓଡ଼ିଶାର ଅନେକ ଅଞ୍ଚଳରେ ଭାରୀରୁ ଅତିଭାରୀ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ କରିଛି।
ଗୁରୁବାର କେନ୍ଦୁଝରରେ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ବାଲେଶ୍ୱର, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହାସହ ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିପାରେ।
ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ଏହାପରେ ୧୫ ଓ ୧୬ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷାର ପ୍ରଭାବ ରହିବା ଆଶଙ୍କା କରାଯାଉଛି।
ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯.୪ ମିମି, ଫୁଲବାଣୀରେ ୨୬.୮ ମିମି, ମାଲକାନଗିରିରେ ୨୬.୬ ମିମି ଏବଂ ନବରଙ୍ଗପୁରରେ ୨୧.୨ ମିମି ବର୍ଷା ରେକର୍ଡ ହୋଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ