ପ୍ରବଳ ବର୍ଷା ହେବ : ମହାନଦୀ ମାଡ଼ି ଆସିବ, ଏହି ତାରିଖରେ ଆସିବ ବନ୍ୟା !

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୧୨ ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଧୀରେ ଧୀରେ ବଢ଼ିବ ବର୍ଷାର ପରିମାଣ। ବିଶେଷକରି ୧୩ରୁ ୧୫ ତାରିଖ ମଧ୍ୟରେ ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ପାଣିପାଗ ବିଭାଗର ଆକଳନ ଅନୁସାରେ, ସମ୍ଭାବ୍ୟ ଲଘୁଚାପ ୧୪ କିମ୍ବା ୧୫ ତାରିଖ ବେଳକୁ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ସ୍ଥଳଭାଗକୁ ପ୍ରବେଶ କରିପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେବାର ମଧ୍ୟ ସମ୍ଭାବନା ରହିଛି।
ଲଘୁଚାପର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଏହା ସହ ପଶ୍ଚିମ ଓଡ଼ିଶା ଏବଂ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଲଗାଣ ବର୍ଷା ଯୋଗୁଁ ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ବଢ଼ିପାରେ।
ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ସମେତ ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ବୁଧବାର ମଧ୍ୟ ଅନେକ ଅଞ୍ଚଳରେ ବର୍ଷା ଜାରି ରହିବ। କଟକ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ ଓ ଢେଙ୍କାନାଳର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି। କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।
ତେବେ ୧୩ରୁ ୧୫ ତାରିଖ ମଧ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା ରହିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ। ୧୬ ତାରିଖରେ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିପାରେ। ଲଘୁଚାପ ଓ ଲଗାଣ ବର୍ଷାକୁ ନଜରରେ ରଖି ନଦୀକୂଳିଆ ଅଞ୍ଚଳରେ ସତର୍କ ରହିବାକୁ ପଡ଼ିବ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ