ରାଜ୍ୟରେ ଭୟଙ୍କର ପାଗ ! ଘରୁ ବାହାରିଲେ ବିପଦ : ଜାରି ହେଲା ରେଡ୍ ଆଲର୍ଟ

ଭୁବନେଶ୍ୱର, ୩୦/୦୮: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଗଠିତ ହୋଇଛି। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିବା ଆଶଙ୍କା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ରବିବାର ବର୍ଷାର ତୀବ୍ରତା ଅଧିକ ରହିପାରେ।

ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାବେଳେ, ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଏହାସହ ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ଭାରୀ ବର୍ଷା ଆଶଙ୍କା ରହିଛି। ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୩୧ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ଭାରୀ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ସେପ୍ଟେମ୍ବର ୧ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨ ଓ ୩ ତାରିଖରେ ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ଜାରି ରହିବା ନେଇ ଆକଳନ କରାଯାଇଛି।

ଅନ୍ୟପଟେ, ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ ଭଲ ବର୍ଷା ରେକର୍ଡ ହୋଇଛି। ବାଲେଶ୍ୱରରେ ୪୦.୨ ମିମି, ବାରିପଦାରେ ୪୮ ମିମି ଏବଂ ଭଦ୍ରକରେ ୪୪ ମିମି ବର୍ଷା ହୋଇଛି। ଶନିବାର ସକାଳରୁ ସନ୍ଧ୍ୟା ମଧ୍ୟରେ ବାରିପଦାରେ ୪୪ ମିମି, ଭଦ୍ରକରେ ୩୭ ମିମି ଓ ବରଗଡ଼ରେ ୨୭ ମିମି ବର୍ଷା ରେକର୍ଡ କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ