ପୁଣି ଲଘୁଚାପ : ଏଥର ଆହୁରି ଭୟଙ୍କର ବର୍ଷା

ଭୁବନେଶ୍ୱର, ୩୧।୧୦: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଶନିବାର ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆନ୍ଧ୍ର ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ଆଶଙ୍କା ନାହିଁ। ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ଏବଂ ପବନ ହୋଇପାରେ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଶନିବାର ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ବଜ୍ରପାତ ସହ ପବନ ବହିବା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ। କେତେକ ସମୟରେ ଝଟକା ପବନର ବେଗ ୫୦ କିଲୋମିଟର ଛୁଇଁପାରେ।

ନଭେମ୍ବର ୧ରୁ ୩ ତାରିଖ ମଧ୍ୟରେ ମଧ୍ୟ ରାଜ୍ୟର ପାଣିପାଗରେ ଏଭଳି ସ୍ଥିତି ଜାରି ରହିପାରେ। ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପବନ ଏବଂ ହାଲୁକା ବର୍ଷା ହେବାର ଆଶଙ୍କା ରହିଛି। ଏପଟେ ରାଜ୍ୟରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇପାରେ। ହେଲେ ରାତି ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ କହିବା ଅନୁସାରେ, ଆଗାମୀ ଦିନରେ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିଛି ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିପାରେ। ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ ଆନ୍ଧ୍ର କିମ୍ବା ଉତ୍ତର ତାମିଲନାଡ଼ୁ ଉପକୂଳ ଆଡ଼କୁ ଗତି କରିପାରେ। ଏହାର ପ୍ରଭାବ ଓଡ଼ିଶାରେ ନଗଣ୍ୟ ରହିବ। ନଭେମ୍ବର ୨ କିମ୍ବା ୩ ତାରିଖରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ।

ସେହିପରି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ, ଅକ୍ଟୋବର ୩୧ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହୋଇପାରେ। ଏହା ପରେ ନଭେମ୍ବର ୧ରୁ ୩ ତାରିଖ ମଧ୍ୟରେ ବଙ୍ଗୋପସାଗର ଦେଇ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ଉପକୂଳ ଆଡ଼କୁ ଯାଇପାରେ। ଦକ୍ଷିଣ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବାବେଳେ ଉତ୍ତର ତାମିଲନାଡ଼ୁ ଉପକୂଳ ଆଡ଼କୁ ଗତି କରିବାର ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇନାହିଁ।

ତେବେ ଏହି ଲଘୁଚାପ ଆଗକୁ ଅଧିକ ଶକ୍ତିଶାଳୀ ହୋଇ ଗଭୀର ଅବପାତ କିମ୍ବା ସାମାନ୍ୟ ତୀବ୍ରତାର ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ମଧ୍ୟ ରହିଛି। ତେଣୁ ଆଗାମୀ କିଛି ଦିନ ଧରି ସାମୁଦ୍ରିକ ପାଣିପାଗର ଗତିବିଧି ଉପରେ ନଜର ରହିବ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ