ଦୀପାବଳି ପରେ ବଦଳିବ ପାଗ! ଖସିବ ରାତି ତାପମାତ୍ରା, ୩ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୮/୧୧: ଦୀପାବଳି ପରେ ରାଜ୍ୟରେ ଅନୁଭୂତ ହେବ ଶୀତର ପ୍ରଭାବ। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହାପରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବ। ଏଠାରେ ସର୍ବାଧିକ ତାପମାତ୍ରା ୩୧ ଡିଗ୍ରୀ ଏବଂ ସର୍ବନିମ୍ନ ୨୧ ଡିଗ୍ରୀ ସେଲସିୟସ୍‌ ରହିବା ସମ୍ଭାବନା ରହିଛି। ରବିବାର ଓ ସୋମବାର ରାଜ୍ୟରେ ପାଗ ଶୁଖିଲା ରହିବ।

ତେବେ ୧୦ ତାରିଖରୁ କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ହୋଇପାରେ।

ସେହିପରି ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ। ୧୨ ତାରିଖରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ