ବର୍ଷାରେ ଭାସିବ ଓଡ଼ିଶା : ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଏବେ ବି ସୁଧୁରିନାହିଁ। ଅନେକ ଅଞ୍ଚଳ ଏବେ ବି ଜଳବନ୍ଦୀ ହୋଇ ରହିଛି। ଏହାରି ମଧ୍ୟରେ ଉଛୁଳିବା ଆରମ୍ଭ କରିଛି ସାଳନ୍ଦୀ ନଦୀ। ଜଳକା ନଦୀ ମଧ୍ୟ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବୈତରଣୀର ଜଳସ୍ତର ମଧ୍ୟ ବିପଦ ସଙ୍କେତ ଆଡ଼କୁ ଦ୍ରୁତ ଗତିରେ ବଢୁଛି। ସେପଟେ ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀରେ ମଧ୍ୟ ଧୀରେ ଧୀରେ ଜଳସ୍ତର ବୃଦ୍ଧି ପାଉଛି।
ଏଭଳି ସ୍ଥିତିରେ ଆଗକୁ ଆହୁରି ବର୍ଷା ହେଲେ ବନ୍ୟା ପରିସ୍ଥିତି ଅଧିକ ଗମ୍ଭୀର ହେବା ଆଶଙ୍କା ରହିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସହ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ନିକଟବର୍ତ୍ତୀ ବାଂଲାଦେଶ ଉପରେ ଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଘନୀଭୂତ ହେଉଛି। ଶନିବାର ସୁଦ୍ଧା ଏହା ଲଘୁଚାପର ରୂପ ନେଇ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିବା ସମ୍ଭାବନା ରହିଛି।
ପରବର୍ତ୍ତୀ ସମୟରେ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଯାଇପାରେ। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିବ।


ଏହି ଜିଲ୍ଲାଗୁଡ଼ିକରେ ଭାରି ବର୍ଷା ଆଶଙ୍କା
ଶନିବାର ସକାଳ ସୁଦ୍ଧା ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ବିଶେଷ କରି ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀରର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏହା ସହ ରାଜ୍ୟର ଅନେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଥିବାବେଳେ, ଆଗାମୀ ଦିନରେ ନଦୀ ଜଳସ୍ତର ଉପରେ ନଜର ରଖିବା ଜରୁରୀ ହୋଇପଡ଼ିଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ