ରାଜ୍ୟରେ ଆସୁଛି ବଡ଼ ବର୍ଷା : ଲଗାତାର ଏହି ଜିଲ୍ଲାରେ ଛେଚିବ

ଭୁବନେଶ୍ୱର, ୧୦/୦୯: ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରଭାବ। ଉତ୍ତର ବଙ୍ଗୋପସାଗର ଏବଂ ଏହାର ନିକଟବର୍ତ୍ତୀ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟର ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଗୁରୁବାର ମୟୂରଭଞ୍ଜର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାସହ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଛିଟିଛାଟି ବର୍ଷା ଜାରି ରହିବ।

ଶୁକ୍ରବାର ଅର୍ଥାତ୍ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି। ସେହିପରି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।

୧୨ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଏପଟେ ବୁଧବାର ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ରେକର୍ଡ ହୋଇଛି। ଖୋର୍ଦ୍ଧାରେ ୧୮ ମିମି, ଢେଙ୍କାନାଳରେ ୧୬.୪ ମିମି, ବାରିପଦାରେ ୧୪.୮ ମିମି, କେନ୍ଦୁଝରରେ ୮.୪ ମିମି ଏବଂ ଯାଜପୁରରେ ୬.୫ ମିମି ବର୍ଷା ରେକର୍ଡ କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ