ଲଘୁଚାପ ସକ୍ରିୟ : ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ଆହୁରି ବଢ଼ିବ। ଆସନ୍ତା ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ବୁଧବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହ ଅନୁଗୋଳ ଓ କେନ୍ଦୁଝରର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧାର କେତେକ ସ୍ଥାନରେ ଭାରି ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୧୩ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅନ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ସହ ବର୍ଷା ହୋଇପାରେ। ଏହି ପାଣିପାଗ ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି।
ଏପଟେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମୟରେ ବଜ୍ରପାତ ଚିନ୍ତା ବଢ଼ାଇଛି। ଗତ ଦୁଇ ଦିନରେ ବଜ୍ରାଘାତରେ ୧୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ମଙ୍ଗଳବାର ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ବାଲିଶଙ୍କରା ଓ ବଣାଇ ଅଞ୍ଚଳରେ ବିଲରେ ତଳି ରୋଇବା ସମୟରେ ୪ ଜଣ ମହିଳା ବଜ୍ରାଘାତର ଶିକାର ହୋଇଥିବାବେଳେ ନୂଆଗାଁରେ ଗଛ ତଳେ ଆଶ୍ରୟ ନେଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ